୧୭ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତ ସହ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିପାରେ ବୋଲି ଅନୁମାନ କରାଯାଉଛି । କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ନୟାଗଡ, ମାଲକାନଗିରି, କୋରାପୁଟ, ଗଜପତି, ନୂଆପଡା, ରାୟଗଡା, ନବରଙ୍ଗପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଯାଜପୁର ଓ ଦେବଗଡକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।