ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ : ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।
Powered by Froala Editor