ନୂଆପଡ଼ା ଉପନିର୍ବାଚନ ଫଳାଫଳ: ନବମ ରାଉଣ୍ଡ ସୁଦ୍ଧା ବିଜେପି ୩୦ ହଜାର ୪୬୭ଟି ଭୋଟରେ ଆଗୁଆ
ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ତେବେ ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆ ବଡ଼ ବିଜୟ ମୁଖେ ଅଗ୍ରସର ହେଉଛନ୍ତି । ନବମ ରାଉଣ୍ଡ ସୁଦ୍ଧା ବିଜେପି ୩୦ ହଜାର ୪୬୭ଟି ଭୋଟରେ ଆଗୁଆ ଅଛି । ନବମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୪୫୨୫୧ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୪୭୮୪ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୧୧୯୫୭ଟି ଭୋଟ ମିଳିଛି । ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯିବ । ବିଜେପି, ବିଜେଡ଼ି ଓ କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।
Powered by Froala Editor