ରାଉଣ୍ଡ ୧୭: ବିଜେପି, ବିଜେଡ଼ି ଓ କଂଗ୍ରେସର ନିର୍ବାଚନ ଫଳାଫଳ ଜାଣନ୍ତୁ
ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ରାଉଣ୍ଡ-୧୭ ସୁଦ୍ଧା ବିଜେପି ୫୭ ହଜାର ୩୬୯ଟି ଭୋଟରେ ଆଗୁଆ ଅଛି । ରାଉଣ୍ଡ-୧୭ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୮୩୫୭୨ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୨୬୨୦୩ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୨୬୭୫୩ଟି ଭୋଟ ମିଳିଛି । ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯିବ । ବିଜେପି, ବିଜେଡ଼ି ଓ କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।
Powered by Froala Editor