ରାଉଣ୍ଡ ୧୮: ବିଜେପି ୬୦ ହଜାର ୮୪୦ଟି ଭୋଟରେ ଆଗୁଆ
ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ରାଉଣ୍ଡ-୧୮ ସୁଦ୍ଧା ବିଜେପି ୬୦ ହଜାର ୮୪୦ଟି ଭୋଟରେ ଆଗୁଆ ଅଛି । ରାଉଣ୍ଡ-୧୮ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୮୮୨୭୮ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୨୭୪୩୮ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୨୮୩୬୬ଟି ଭୋଟ ମିଳିଛି ।
କିଏ ମାରିବ ନୂଆପଡ଼ା ବାଜି। ବିଜୟ ପାଇଁ ବିଜେପି, ବିଜେଡ଼ି ଓ କଂଗ୍ରେସ ଜୋରଦାର କସରତ କରିଛନ୍ତି । ସନ୍ଧ୍ୟା ସୁଦ୍ଧା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯିବ । ପ୍ରଚାର ପାଇଁ ୩ ପ୍ରମୁଖ ଦଳର ରାଜ୍ୟସ୍ତରୀୟ ନେତା ମାସେ ହେଲା ନୂଆପଡ଼ାରେ ଡେରା ପକାଇଥିଲେ ।
Powered by Froala Editor