କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ
ଓଲିଉଡର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ ହୋଇଛନ୍ତି।
ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ସ୍ନାୟୁ ଜନିତ ରୋଗ ‘Osmotic Demyelination Syndrome’ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଅଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି।
ଗତ ୨୫ ସେପ୍ଟେମ୍ବରରେ ତାଙ୍କୁ ମେଡ଼ିସିନ୍ ୱାର୍ଡକୁ ଅଣାଯାଇଥିଲେ ବି, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି।
Powered by Froala Editor