ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଆଞ୍ଚଳିକ ପାଣିପାଗ ବିଭାଗ ଅନୁସାରେ, ଆଗାମୀ ୨ ଦିନ ୩ ଜିଲ୍ଲାରେ ଥଣ୍ଡା ବଢ଼ିବା ସହ ପ୍ରବଳ ଶୀତ ପଢ଼ିବ । ଏଥିପାଇଁ କନ୍ଧମାଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨ ଦିନ ପରେ ତାପତାତ୍ରା ୨-୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ସେପଟେ ଶ୍ରୀଲଙ୍କା ଉପକୂଳ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ତାମିଲନାଡୁ ଓ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ରୟାଲସୀମାରେ ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ନଥିବା ବେଳେ କିଛି ସ୍ଥାନରେ ପାଗ ମେଘୁଆ ରହିପାରେ ।
Powered by Froala Editor