ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ: ମାର୍ଗଶିର କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ସୋମବାର ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।
ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ପଇତା ଲାଗି ଅନ୍ୟତମ। ଶ୍ରୀବିଗ୍ରହଙ୍କ ଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ପଇତା ଲାଗି କରାଯାଇଥାଏ।
Powered by Froala Editor