ଯେଉଁଠି ଯେଉଁଠି ଅନୁପ୍ରବେଶକାରୀ ଅଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ: ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ୱର: ରାଜ୍ୟରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ କଠୋର ରହିଛି । ସରକାର ଆସିବା ପରେ ଗୋଟିଏ ପର୍ୟ୍ୟାୟରେ ଏହି କାର୍ୟ୍ୟ କରାଯାଇଛି ଏବଂ ଆଗକୁ ମଧ୍ୟ ଏହା ଜାରି ରହିବ ।
ଆଇନ ମନ୍ତ୍ରୀଙ୍କ କହିବାନୁଯାୟୀ, ଯେଉଁଠି ଯେଉଁଠି ଅନୁପ୍ରବେଶକାରୀ ଅଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ, ସେମାନଙ୍କ କାର୍ୟ୍ୟକୁ ତଦାରଖ କରାଯିବ ଏବଂ ସେମାନଙ୍କୁ ଦେଶରୁ ବାହାର କରିବା ପାଇଁ ନିଷ୍ପତ୍ତି ମଧ୍ୟ ହୋଇଛି । ଏନେଇ ସରକାର ସମସ୍ତ ବ୍ୟବସ୍ଥା ଗ୍ରହଣ କରିବେ । ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରର ଯେଉଁ ଭୂମିକା ରହିଛି, ରାଜ୍ୟ ସରକାରଙ୍କ ମଧ୍ୟ ସମାନ ଭୂମିକା ରହିଛି ।
Powered by Froala Editor