ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
ନୂଆଦିଲ୍ଲୀ: ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ବାଂଲାଦେଶ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ଆଇସିଟି ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି ।
ବିକ୍ଷୋଭକାରୀଙ୍କୁ ହତ୍ୟା କରିବା ନେଇ ତାଙ୍କ ନାଁରେ ମାମଲା ହୋଇଥିଲା।
ଶୁଣାଣି ବେଳେ କୋର୍ଟ କହିଛନ୍ତି ଯେ, ଶେଖ ହସିନା ପ୍ରଦର୍ଶନକାରୀଙ୍କୁ ଦମନ ଏବଂ ହତ୍ୟା କରିବା ପାଇଁ ମାରାତ୍ମକ ଅସ୍ତ୍ରଶସ୍ତ୍ର ଏବଂ ଡ୍ରୋନ୍ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଗମ୍ଭୀର ଅପରାଧ ପାଇଁ ତାଙ୍କୁ ଫାଶୀଦଣ୍ଡ ଦିଆଯାଇଛି। କୋର୍ଟ ତାଙ୍କ ରାୟରେ ଏହା ମଧ୍ୟ କହିଛନ୍ତି ଯେ, ମାନବତା ବିରୋଧୀ ଏହି ଅପରାଧ ଶେଖ ହସିନା ଏବଂ ତାଙ୍କ ସହଯୋଗୀଙ୍କ ନିର୍ଦ୍ଦେଶରେ କରାଯାଇଥିଲା। ହାସିନା ବାଂଲାଦେଶ ଛାଡି ଏବେ ଭାରତରେ ଆଶ୍ରୟ ନେଇଛନ୍ତି ।
Powered by Froala Editor