ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିହାର ସରକାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ କୁମାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଏହି ଉତ୍ସବରେ ଯୋଗ ଦେବେ ।
Powered by Froala Editor