୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
ନୂଆଦିଲ୍ଲୀ : ଆଜିଠୁ ବିହାରରେ ନୀତୀଶ ରାଜ୍। ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର। ଗାନ୍ଧୀ ମୈଦାନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଅଛନ୍ତି। ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।
ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ନେତା ନିର୍ବାଚିତ ହୋଇଥିଲେ। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ୍ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଥିଲେ।
ଭାଜପା ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି।
Powered by Froala Editor