ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି
ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲାପାଳ, ଏସପି, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ଆଲୋଚନା କରାଯିବ ।
Powered by Froala Editor