ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି
କଟକ: ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ଅବଧି ବୃଦ୍ଧି ପାଇଛି। ଆସନ୍ତା ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୮ରୁ ଫର୍ମ ପୂରଣ ଆରମ୍ଭ ହୋଇଥିଲା। ବୋର୍ଡ ୱେବସାଇଟ୍ www.bseodisha.ac.in ରେ ପ୍ରଦତ୍ତ ଲିଙ୍କ୍ ମାଧ୍ୟମରେ ୨୪ ଘଣ୍ଟିଆ ଅନ୍ଲାଇନ ଜରିଆରେ ବହୁ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ନଭେମ୍ବର ୨୨ ରାତି ୧୧.୪୫ ମିନିଟ ପର୍ଯ୍ୟନ୍ତ ଫର୍ମ ପୂରଣର ଅବଧି ରହିଥିଲା।
Powered by Froala Editor