ଆଉ ୩ ଦିନ ଧରି ପ୍ରବଳ ବର୍ଷିବ, କେଉଁ କେଉଁ ଜିଲ୍ଲା ଜାଣନ୍ତୁ
ଭୁବନେଶ୍ୱର : ଆସନ୍ତା ୨ରୁ ୩ ଦିନ ଭିତରେ ଏକ ଲଘୁଚାପବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୨ରୁ ୩ଦିନ ଧରି ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ ।
ଆଜି ରାଜ୍ୟର ପ୍ରାୟ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ । କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ୨୨ ତାରିଖ ଦିନ ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ଏବଂ କନ୍ଧମାଳ, ନୂଆପଡ଼ା, ଢେଙ୍କାନାଳ, କଟକ, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯିବା ସହ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ତାରିଖ ଆଡ଼କୁ ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୪ ତାରିଖ ଦିନ ମଧ୍ୟ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Powered by Froala Editor