୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ: ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
ଭୁବନେଶ୍ୱର: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ।
ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡିଶା ଉପରେ ରହିବ ନାହିଁ।
Powered by Froala Editor