Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଆଜି ଆସୁଛନ୍ତି ଜାଭେଦ ଅଖତର

ଆଜି ଆସୁଛନ୍ତି ଜାଭେଦ ଅଖତର

2025-11-28 07:26:28
13891
Share:
Facebook
Twitter
E-Mail
WhatsApp
Telegram
ଆଜି ଆସୁଛନ୍ତି ଜାଭେଦ ଅଖତର

ଭୁବନେଶ୍ୱର : ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ନଭେମ୍ବର ୨୯ତାରିଖରେ ଆୟୋଜିତ ହେବାକୁ ଥିବା ୨-ଦିନିଆ ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍ଘାଟନୀ କାର୍ୟ୍ୟକ୍ରମରେ ଏହି ପ୍ରଖ୍ୟାତ ସାହିତ୍ୟ ସାଧକଙ୍କୁ ସମ୍ମାନିତ କରାଯିବ । ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିଷ୍ଠିତ ସୋଆ ସାହିତ୍ୟ ସମ୍ମାନ ଦେଶରେ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରାଯିବ । ବିଶିଷ୍ଟ ଲେଖକ, କବି ଓ ଚିନ୍ତକ ଯେଉଁମାନଙ୍କର ଏହି କ୍ଷେତ୍ରରେ ଉତ୍କର୍ଷତା, ସୃଜନଶୀଳତା ଓ ବୌଦ୍ଧିକ ଗଭୀରତା ରହିଛି ସେମାନଙ୍କୁ ସମ୍ମାନିତ କରିବା ହିଁ ସୋଆ ସାହିତ୍ୟ ସମ୍ମାନର ବିନମ୍ର ଉଦ୍ଦେଶ୍ୟ।

ଏହି ସମ୍ମାନ ଗ୍ରହଣ କରିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱର ପହଂଚିବେ ଜାଭେଦ ଅଖତର । ସମ୍ମାନ ଗ୍ରହଣ କରିବା ନେଇ ଜାଭେଦ ଅଖତର ନିଜେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ସୂଚନା ଦେଇଛନ୍ତି । ନିଜ ଭିଡ଼ିଓ ବାର୍ତ୍ତାରେ ଜାଭେଦ ଅଖତର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ସୋଆ ସାହିତ୍ୟ ସମ୍ମାନ ଗ୍ରହଣ କରିବା ନିମନ୍ତେ ଆସୁଥିବାରୁ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏଥି ସହିତ ସାହିତ୍ୟ ଉତ୍ସବର ଆୟୋଜକ ଏବଂ ଏଥିରେ ଭାଗ ନେଉଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଶୁଭେଚ୍ଛା ଜଣାଇବା ସହ ଉତ୍ସବର ସଫଳତା ନେଇ ଆଶା ବ୍ୟକ୍ତ କରିଛନ୍ତି । ଅଖତର ଏକାଧାରରେ ଜଣେ ସଂଳାପ ଲେଖକ, ଗୀତିକାର, କବି ଏବଂ ଚିନ୍ତକ । ତାଙ୍କର ଲେଖନୀ ଆଧୁନିକ ଭାରତର ଭାବପ୍ରବଣ ଓ ସାଂସ୍କୃତିକ ଦୃଶ୍ୟପଟ୍ଟକୁ ସମୃଦ୍ଧ କରିଆସିଛି । ଜଣେ ଉଚ୍ଚକୋଟୀର ଗୀତିକାର ଭାବେ ତାଙ୍କର କୃତି ଭାରତୀୟ ସିନେମାକୁ ଆହୁରି ସମୃଦ୍ଧ କରିଛି । ପାଂଚ ଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ୧୫ ଥର ଫିଲ୍ମଫେୟାର ପୁରସ୍କାରରେ ସମ୍ମାନିତ ଅଖତରଙ୍କୁ ୧୯୯୯ ମସିହାରେ ପଦ୍ମଶ୍ରୀ, ୨୦୦୭ରେ ପଦ୍ମ ଭୁଷଣ ଓ ୨୦୧୪ରେ ସାହିତ୍ୟ ଅକାଦେମୀ ସମ୍ମାନରେ ସମ୍ମାନିତ କରାଯାଇଛି । ତାଙ୍କର କବିତା ସଂକଳନ ‘ତର୍କଷ’ ଓ ‘ଲାଭା’ ଆଧୁନିକ ହିନ୍ଦୀ ସାହିତ୍ୟରେ ସର୍ବାଦୃତ ପୁସ୍ତକ ଭାବେ ପରିଗଣିତ ହେବା ସହ ବିଭିନ୍ନ ଭାରତୀୟ ଏବଂ ବିଦେଶୀ ଭାଷାରେ ମଧ୍ୟ ଅନୁବାଦ କରାଯାଇଛି । 

ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ପ୍ରଦାନ ଅବସରରେ ୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ସହିତ ମାନପତ୍ର, ଦେବୀ ସରସ୍ୱତୀଙ୍କ ରୌପ୍ୟ ମୂର୍ତ୍ତି ଓ ଉତରୀୟ ପ୍ରଦାନ କରାଯିବ । ଭାରତୀୟ ସମ୍ବିଧାନ ଅନୁମୋଦିତ ଯେକୌଣସି ଭାରତୀୟ ଭାଷାର ସାହିତ୍ୟିକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ । ସୋଆ ପରିଚାଳିତ ସେଂଟର ଫର ପ୍ରିଜରଭେସନ୍, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଏନ୍ସିଏଂଟ କଲ୍ଚର ଆଣ୍ଡ ହେରିଟେଜ ଅଫ୍ ଇଣ୍ଡିଆ (ପ୍ରାଚୀନ) ପକ୍ଷରୁ ଆସନ୍ତା ନଭେମ୍ବର ୨୯ ଓ ୩୦ଦୁଇ ଦିନ ଧରି ଏହି ସାହିତ୍ୟ ଉତ୍ସବ ଆୟୋଜିତ ହେବାର କାର୍ୟ୍ୟକ୍ରମ ରହିଛି । ଚଳିତ ବର୍ଷର ପ୍ରସଙ୍ଗ ହେଉଛି ‘କଲ୍ଚର, କ୍ରିଏଟିଭିଟି ଆଣ୍ଡ ଆର୍ଟିଫିସିଆଲ୍ ଇନ୍ଟେଲିଜେନ୍ସ’ ଅର୍ଥାତ ସଂସ୍କୃତି, ସର୍ଜନଶୀଳତା ଓ କୃତ୍ରିମ ବୁଦ୍ଧିମତା । ଏହି ସୂଚନା ଦେଇଛନ୍ତି ପ୍ରାଚୀନର ମୁଖ୍ୟ ତଥା ଉତ୍ସବର ନିର୍ଦ୍ଦେଶିକା ପ୍ରଫେସର ଗାୟତ୍ରୀବାଳା ପଣ୍ଡା ।

Powered by Froala Editor

Tags Javed akhtar

Related articles Odisha News Lens 4.1

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14311
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15401
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14844
    Mar 02, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14422
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15082
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14700
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14674
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13910
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14149
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14700
    Mar 03, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14422
    Mar 02, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15068
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14700
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13910
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15017
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14638
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14438
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14700
    Mar 03, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14149
    Mar 04, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14844
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In