ନିଜସ୍ୱ ଅପାରଗତା ଲୁଚାଇବା ପାଇଁ ହୋଇଛି ଅତିରିକ୍ତ ବଜେଟ: ନବୀନ
ଭୁବନେଶ୍ୱର: ବିଧାନସଭାରେ ଗତକାଲି ଉପସ୍ଥାପିତ ହୋଇଥିବା ଅତିରିକ୍ତ ବଜେଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ବିଜେପି ସରକାର ବିଧାନସଭାରେ ଆଗତ କରିଥିବା ଅତିରିକ୍ତ ବଜେଟ ଓଡ଼ିଶାବାସୀଙ୍କ ଅନେକ ଆଶାକୁ ଧୂଳିସାତ କରୁଛି । ଏହା ଆମକୁ ରାଜକୋଷୀୟ ନିଅଣ୍ଟ ଆଡକୁ ଆଗକୁ ବଢାଉଛି । ପ୍ରଶାସନିକ ବ୍ୟୟ ସଙ୍କୁଚିତ ହେଉଛି । ଓଡ଼ିଶାର ସୁଧ ବୋଝ ବଢୁଛି ।
ମନେ ହେଉଛି ହ୍ରାସ ପାଉଥିବା କେନ୍ଦ୍ର ଅନୁଦାନ ଓ ନିଜସ୍ୱ ଅପାରଗତା ଲୁଚାଇବା ପାଇଁ ହୋଇଛି ଅତିରିକ୍ତ ବଜେଟ । ରାଜ୍ୟବାସୀଙ୍କୁ ସ୍ୱାର୍ଥ ପାଇଁ ନୁହେଁ, ଏହା ରାଜ୍ୟବାସୀଙ୍କୁ ଭ୍ରମିତ କରିବାର ଅତିରିକ୍ତ ପ୍ରୟାସ ।
Powered by Froala Editor