୨ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଜି ୨ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । କରୋନାରେ ମୃତକ ୨ ଜଣ ନୂଆପଡା ଜିଲ୍ଲାର । ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟଯେ, ରାଜ୍ୟରେ ଆଉ ୧୭୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୧୦୧୫ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୭୨୬ ଜଣ ସଂକ୍ରମିତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨ରେ ପହଁଚିଛି । ଯେତେବେଳେକି ୯୨୫୯ ଜଣ ଚିକିତ୍ସିତ ହେଉଛନ୍ତି ।