ଆଜି ବନକ ଲାଗି ନୀତି: ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ
ପୁରୀ: ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।
Powered by Froala Editor