ଡିସେମ୍ବର ୩୧ ପର୍ୟ୍ୟନ୍ତ ଜାରି ରହିବ ଇ-କେଓ୍ବାଇସି ପ୍ରକ୍ରିୟା
ଭୁବନେଶ୍ଵର: ଡିସେମ୍ବର ୩୧ ତାରିଖ ପର୍ୟ୍ୟନ୍ତ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିବ। ଆଜି ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ଇ-କେଓ୍ବାଇସି ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଜାଲ୍ ରାସନ କାର୍ଡ ଧରାପଡିଛି। ଗତବର୍ଷ ଜୁନ୍ ମାସରୁ ୧୫ ଲକ୍ଷ ୩୩ ହଜାର ୧୫୩ ଜଣ ଆବେଦନ କରିଛନ୍ତି।
Powered by Froala Editor