ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ପାଇଁ ମୋଟା ଅଙ୍କର ଅର୍ଥ ନେଇଛନ୍ତି ମାଧୁରୀ: ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ପାଇଁ ୧ କୋଟି ୬୦ ଲକ୍ଷ ନେଇଛନ୍ତି ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ । ଏହାସହିତ ଯିବା ଆସିବାର ଫ୍ଲାଇଟ୍ ଟିକେଟ୍, ରହିବା ଓ ଖାଇବା ବ୍ୟବସ୍ଥା ମଧ୍ୟ କରିଥିଲେ ରାଜ୍ୟ ସରକାର । ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ଓଡ଼ିଶା ହସ୍ତତନ୍ତ୍ର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ମୋଟା ଅଙ୍କର ଅର୍ଥ ନେଇଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ।
ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଲିଖିତ ଭାବେ ଉତ୍ତରରେ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି ଯେ, ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ଶ୍ରୀମତୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ୨୦୨୫ ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ଶ୍ରୀମତୀ ମାଧୁରୀ ଦିକ୍ଷୀତଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଅଛି । ତାଙ୍କ ପାଇଁ ଯିବା ଆସିବା ଫ୍ଲାଇଟ ଟିକେଟ, ରହିବା ଏବଂ ଖାଇବା ବ୍ୟବସ୍ଥା କରାଯାଇଛି । ଓଡିଶା ହସ୍ତତନ୍ତର ଚାହିଦାକୁ ଆନ୍ତର୍ଜାତୀୟ ବଜାରରେ ବ୍ୟାପକ କରିବା ପାଇଁ, ବିଶ୍ବ ସ୍ତରରେ ଖ୍ୟାତି ସମ୍ପର୍ଣ୍ଣ ବଲିଉଡ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡ଼ର ଭାବେ ନିଯୁକ୍ତି କରାଯାଇଛି।
Powered by Froala Editor