ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା, ଡ୍ରାମା ଅଧ୍ୟାପକ ବହିଷ୍କୃତ
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କ୍ୟାମ୍ପସ୍ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଛି। ବିକ୍ଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଏ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍ ଓ ଅଶାଳୀନ ଆଚରଣରେ ନିର୍ଯାତନା ଦେଉଥିବା ଅଭିଯୋଗରେ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କାର କରାଯାଇଛି।
କଲେଜର ପ୍ରିନ୍ସିପାଲ୍ ବିଜୟ ଜେନା ଏହି ଅଭିଯୁକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଥିବା ସୂଚନା ଦେଇଛନ୍ତି। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯିବା ପରେ ପୋଲିସ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ଅଟକ ରଖିଛି। ଏହି ଘଟଣାର ତଦନ୍ତ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ଟିମ୍ କଲେଜରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।
Powered by Froala Editor