ରାତିରେ ଶୋଇବା ପୂର୍ବରୁ କେତେବେଳେ ପଇବେ ପାଣି
ସୁସ୍ଥ ରହିବା ପାଇଁ ସଭିଁଙ୍କୁ ପାଣିର ଯଥେଷ୍ଟ ଆବଶ୍ୟକତା ରହିଛି। ପର୍ୟ୍ୟାପ୍ତ ମାତ୍ରାରେ ପାଣି ପିଇବା ନିତାନ୍ତ ଜରୁରୀ। ଶରୀରରେ ପାଣିର ଅଭାବ ହେବା ଦ୍ୱାରା ଅନେକ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ରୋଗର କାରଣ ପାଲଟିଥାଏ। ତେବେ ଶୋଇବା ପୂର୍ବରୁ ପାଣି ପିଇବା ଉଚିତ କି ନୁହେଁ। ତାହା ସଭିଁଙ୍କୁ ହୁଏତ ଜଣାନଥିବ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଏହାକୁ ନେଇ ମତ ମଧ୍ୟ ରହିଛି।
ରାତିରେ ଶୋଇବାର ୨ ଘଣ୍ଟା ପୂର୍ବରୁ ଖାଦ୍ୟ ଖାଇବାର କିଛି ସମୟ ପରେ ପାଣି ପିଇବା ଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହୋଇଥାଏ।
ଶୋଇବାର ୧ ଘଣ୍ଟା ପୂର୍ବରୁ ପାଣି ପିଇବା ଦ୍ୱାରା ମାଇଗ୍ରେନ ସହ ମୁଣ୍ଡ ବିନ୍ଧା ସମସ୍ୟା ଦୂର ହୋଇଥାଏ। ରାତିରେ ଶୋଇବାର ୨ ଘଣ୍ଟା ପୂର୍ବରୁ ପାଣି ପିଇବା ଉଚିତ୍। ଏହାସ୍ୱାସ୍ଥ୍ୟ ପାଇଁ ଉପକାରୀ ହେବା ସହ ରକ୍ତ ସଞ୍ଚାଳନ ସଠିକ୍ ଭାବେ ହୋଇଥାଏ।
Powered by Froala Editor