ରାଜସ୍ଥାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତିବ୍ରତା ୪.୮
ରାଜସ୍ଥାନ : ରାଜସ୍ଥାନରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ବିକାନେର ଜିଲାରେ ଗୁରୁବାର ସକାଳେ ୭ଟା ୪୨ରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୪.୮ ରେକର୍ଡ କରାଯାଇଛି। ଏଯାଏଁ ଧନଜୀବନହାନୀ ହୋଇଥିବା ନେଇ କୌଣସି ଖବର ମିଳିନାହିଁ।
ଏନସିଏସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ପ୍ରାୟ ଭୋର ୫ଟା ୨୪ରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର ତିବ୍ରତା ୫.୩ ରେକର୍ଡ କରାଯାଇଥିଲା। ଭୂକମ୍ପର କେନ୍ଦ୍ର ଭୂପୃଷ୍ଠରୁ ୧୧୦ କିଲୋମିଟର ଗଭୀର ଥିଲା ବୋଲି ସୂଚନା ମିଳିଛି।
Powered by Froala Editor