ବାରବାଟୀରେ ବଡ଼ ବିଜୟ, ଜିତିଲା ଭାରତ
ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦମ୍ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ବିସ୍ଫୋରକ ବ୍ୟାଟିଂ ଓ ବୋଲରଙ୍କ ଦମଦାର ବୋଲିଂ ଫଳରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍କୁ ସୂର୍ଯ୍ୟକୁମାର ଯାଦବଙ୍କ ଟିମ୍ ୧୦୧ ରନ୍ରେ ଜିତିଛି। ୧୭୬ ରନ୍ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୧୨.୩ ଓଭରରେ ସମସ୍ତ ୱିକେଟ୍ ହରାଇ ୭୪ ରନ୍ କରିଛି। ଘରୋଇ ଦଳ ଏଠାରେ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୭୫ ରନ୍ ସଂଗ୍ରହ କରିଥିଲା।
ଭାରତ ଦେଇଥିବା ୧୭୬ ରନର ଲକ୍ଷ୍ୟର ପିଛା କରି ଦକ୍ଷିଣ ଆଫ୍ରିକା ମାତ୍ର ୭୪ ରନରେ ଅଲଆଉଟ୍ ହୋଇଯାଇଥିଲା। ଅର୍ଶଦୀପ ସିଂହ ଓ ହାର୍ଦ୍ଦିକଙ୍କ ନେତୃତ୍ୱରେ ବୋଲରମାନେ ଶୃଙ୍ଖଳିତ ପ୍ରଦର୍ଶନ କରି ପ୍ରୋଟିଆସ୍ ବ୍ୟାଟିଂକୁ ସଂପୂର୍ଣ୍ଣ ଭାଙ୍ଗି ଦେଇଥିଲେ। ଏହି ବିଜୟ ସହିତ ସୂର୍ଯ୍ୟକୁମାର ଯାଦବଙ୍କ ଟିମ୍ ୫ ମ୍ୟାଚ୍ ବିଶିଷ୍ଟ T20 ସିରିଜରେ ୧-୦ ରେ ଅଗ୍ରଣୀ ହାସଲ କରିଛି।
ଭାରତୀୟ ବୋଲର ବାରବାଟୀରେ ଦମଦାର ପ୍ରଦର୍ଶନ କରିଥିଲେ। ଫଳରେ ୫୦ ରନ୍ରେ ଦକ୍ଷିଣ ଆଫ୍ରିକାର ଅଧା ଖେଳାଳି ଆଉଟ୍ ହୋଇଥିଲେ। ଭାରତର ଦ୍ରୁତ ବୋଲର ଅର୍ଶଦୀପ ସିଂହଙ୍କ ବଲ୍ ଅଭିଷେକ ଶର୍ମାଙ୍କୁ କ୍ୟାଚ୍ ଦେଇ କ୍ବିଣ୍ଟନ୍ ଡି’ କକ୍ ଆଉଟ୍ ହୋଇଥିଲେ।
Powered by Froala Editor