ମୋକିମ୍ ଙ୍କୁ କିଏ ଏମିତି ପ୍ରତିକ୍ରିୟା ରଖିଲେ ଭକ୍ତ
ଭୁବନେଶ୍ଵର : ମହମ୍ମଦ ମୋକିମ୍ ଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯିବା ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ରଖିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଛନ୍ତି ଭକ୍ତ ଦାସ। ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି। ଦଳୀୟ ନେତୃତ୍ୱ ସେମାନଙ୍କ କଥା ନିଶ୍ଚିତ ଶୁଣିବେ। ସୋନିଆଙ୍କୁ ଚିଠି ଲେଖିବାରେ କୌଣସି ସମସ୍ୟା ନାହିଁ। କିନ୍ତୁ ଚିଠିକୁ ମିଡିଆରେ ପ୍ରଘଟ କରିବାର କ’ଣ ଆବଶ୍ୟକତା ଥିଲା। କାରଣ ସେ ଦଳରେ ରହିବାକୁ ଚାହୁଁ ନ ଥିଲେ। ରାହୁଲ ଗାନ୍ଧୀଙ୍କ ବିଷୟରେ ସେ କ’ଣ ଜାଣନ୍ତି ବୋଲି ଭକ୍ତ ପ୍ରଶ୍ନ କରିଛନ୍ତି।
Powered by Froala Editor