ଆରମ୍ଭ ହେଲା ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ
ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆଜି ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ ଆରମ୍ଭ ହୋଇଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି । ପରୀକ୍ଷାରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି । ଆଜି ପ୍ରଥମ ସିଟିଂ ୯ଟାରୁ ସାଢ଼େ ୧୧ଟା ଯାଏ ଚାଲିବ । ଏଣେ ଦ୍ବିତୀୟ ସିଟିଂର ସମୟ ରହିଛି ଅପରାହ୍ଣ ୨ଟାରୁ ସାଢ଼େ ୪ଟା ବୋଲି ଜଣାଯାଇଛି ।
ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ୟ୍ୟରତ ୨୨,୯୭୯ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଓଟିଇଟି ପେପର-୧ରେ ୪୭, ୭୨୦ ଜଣ ଓ ପେପର-୨ରେ ୧,୧୨,୬୫୯ ପରୀକ୍ଷାର୍ଥୀ ଅଛନ୍ତି। ମୋଟ ୪୫୨ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଥିବା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor