ବ୍ରହ୍ମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରୁ ସେ ସବ ରେଜିଷ୍ଟର ଛକକୁ ଯାଇ ସ୍ବର୍ଗତ ମୋହନ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସେଠାରୁ ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ ।
Powered by Froala Editor