ଧଉଳି ନାବାଳିକା ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ
ଭୁବନେଶ୍ବର:ଧଉଳି ନାବାଳିକା ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛି । ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ଜୋକର ହାତୀକୁ ଗଞ୍ଜାମରୁ ଗିରଫ କରିଛି ସ୍ପେଶାଲ ସ୍କ୍ୱାର୍ଡ ଓ ଧଉଳି ଥାନା ପୁଲିସ । ପୂର୍ବରୁ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୁଲିସ । ଧଉଳି ଗଣଦୁଷ୍କର୍ମ ମାମଲାକୁ ରେଡଫ୍ଲାର୍ଗ ଅନ୍ତର୍ଭୁକ୍ତ କରାଯାଇଛି । ଗତ ୧୦ ତାରିଖ ଦିନ ଏଭଳି ନାରକୀୟ କାଣ୍ଡ ଘଟାଇଥିଲେ ତିନି ଜଣ ଅଭିଯୁକ୍ତ । ଯାହାର ମାଷ୍ଟରମାଇଣ୍ଡ ଥିଲା ଏହି ଜୋକର ହାପି । ମୁଖ୍ୟ ଅଭିଯୁକ୍ତ ଜୋକର ହାପି ନାଁରେ ୨୦ରୁ ଅଧିକ ଅପରାଧିକ ମାମଲା ରହିଛି ।
Powered by Froala Editor