ରାହାମା ବନ ବିଭାଗ ରେଞ୍ଜରଙ୍କ ଘରେ ଭିଜିଲାନ୍ସ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ରାହାମା ବନ ବିଭାଗର ରେଞ୍ଜ ଅଧିକାରୀ ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ପଶିଲା ଭିଜିଲାନ୍ସ। ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍। ତାଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଓ ସୁନାଗହଣା ଜବତ କରାଯାଇଥିବା ପ୍ରାଥମିକ ସୂଚନା ମିଳିଛି।
ସ୍ୱତନ୍ତ୍ର ବିଚାରପତି, କଟକ ଭିଜିଲାନ୍ସଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ୫ ଜଣ ଡିଏସପି, ୮ ଜଣ ନିରୀକ୍ଷକ ଏବଂ ଅନ୍ୟାନ୍ୟ ସହାୟକ ଅଧିକାରୀ ଏବଂ କର୍ମଚାରୀଙ୍କ ନେତୃତ୍ୱରେ ଜଗତସିଂପୁର ଜିଲ୍ଲାର ଉପରୋକ୍ତ ସ୍ଥାନଗୁଡ଼ିକରେ ଏକକାଳୀନ ଘର ଚଢ଼ାଉ କରାଯାଉଛି।
Powered by Froala Editor