ଖାଦ୍ୟରେ ବିଷକ୍ରିୟା: ଗୋଟିଏ ପରିବାରର ତିନି ମୃତ
ଅନୁଗୋଳ: ଢେଙ୍କାନାଳ କଣ୍ଟାବଣିଆ ଥାନା ଅସନବଣି ଗାଁରେ ଅଘଟଣ । ଗୋଟିଏ ପରିବାରର ତିନି ଜଣଙ୍କର ମୃତ୍ୟୁ ଘଟିଛି । ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମା ଓ ଦୁଇ ପୁଅଙ୍କର ମୃତ୍ୟୁ ହୋଇଛି ।
ସୂଚନା ଅନୁସାରେ ଗତକାଲି ରାତିରେ ମା ଗୋଲାପ ସାହୁ ,(୫୦) ବଡ଼ ପୁଅ ଭାରତ ସାହୁ(୩୦) ଓ ସାନ ପୁଅ ଲିଟୁ ସାହୁ(୨୧) ଚିକେନ୍ ଭାତ ଓ ପାଳଙ୍ଗ ଶାଗ ଖାଇ ଶୋଇଥିଲେ । ସକାଳେ ୩ ଜଣ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସମସ୍ତଙ୍କର ମୃତ୍ୟୁ ଘଟିଛି।
Powered by Froala Editor