ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ଗଠନ ପାଇଁ ବିଜ୍ଞପ୍ତି
ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କଲେ ରାଜ୍ୟ ସରକାର। ୧୪ଟି ଜିଲାରେ ୨୪ଟି ଏନଏସି ଗଠନ ହେବାକୁ ଥିବାବେଳେ ୩ଟି ଜିଲାରେ ପୌର ପରିଷଦ ଗଠନ ହେବ। ଏ ନେଇ ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁସାରେ, ନୂଆ ଏନଏସିଗୁଡ଼ିକ ହେଉଛି ପାଲଲହଡ଼ା, ସିମୁଳିଆ, ସୋହେଲା, ତିହିଡି, ଧୂଷୁରୀ, ସାଲେପୁର, ବଡ଼ମ୍ବା, ନରସିଂହପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ନର୍ଲା, ଜୟପାଟଣା, ଖୋର୍ଦ୍ଧାର ଟାଙ୍ଗୀ, ବୋରିଗୁମ୍ମା, ବେତନଟୀ, ବାଙ୍ଗିରିପୋଷି, ଚିତ୍ରଡ଼ା, କପ୍ତିପଦା, ରାସଗୋବିନ୍ଦପୁର, ବିଷମକଟକ, ବାମରା, ରେଙ୍ଗାଲି ଏବଂ ବୀରମହାରାଜପୁର।
ସେହିପରି ୫ ନୂଆ ମ୍ୟୁନିସିପାଲଟି ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ, ଗଞ୍ଜାମ ଜିଲ୍ଲାର ଭଞ୍ଜନଗର, କବିସୂର୍ଯ୍ୟନଗର, ପୋଲସରା ଏବଂ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ନୂଆ ମ୍ୟୁନିସିପାଲଟି ପାଇଁ ଚୁଡାନ୍ତ ବିଜ୍ଞପ୍ତି ରାଜ୍ୟ ସରକାର ପ୍ରକାଶ କରିଛନ୍ତି।
Powered by Froala Editor