ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଘରେ ଭିଜିଲାନ୍ସ ଚଢାଉ
ଭୁବନେଶ୍ୱର: କୋରାପୁଟ ବନ ବିଭାଗ ଫରେଷ୍ଟର ଶ୍ରୀ ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଏଥିରେ ୬ଜଣ ଡିଏସପି, ୭ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ତଲାସ କରାଯାଉଛି । ଜଗତସିଂହପୁର ଏବଂ କୋରାପୁଟ ଜିଲା ୫ଟି ସ୍ଥାନରେ ଚଢାଉ ହୋଇଛି ।
Powered by Froala Editor