ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ
ଭୁବନେଶ୍ୱର: ଶନିବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାର। ସିଇସି ଶ୍ରୀ କୁମାର ଭୁବନେଶ୍ବରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହାପରେ ସେ କୋଣାର୍କ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ୨୮ତାରିଖରେ ସିଇସି ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୨୯ତାରିଖ ଅପରାହ୍ଣ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍ସ୍ତରୀୟ ଅଧିକାରୀଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ।
Powered by Froala Editor