ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ
ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ପୁଲିସ ଶନିବାର ଚାର୍ଜଶିଟ୍ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଶହେ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଛି ହାଇଦ୍ରବାଦ ପୁଲିସ। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜଶିଟ୍ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି। ଏଥିସହିତ ତାଙ୍କ ମ୍ୟାନେଜରଙ୍କ ବିରୋଧରେ ମଧ୍ୟ ଚାର୍ଜଶିଟ୍ ଦାଖଲ ହୋଇଛି। ସନ୍ଧ୍ୟା ଥିଏଟର ପରିଚାଳନା ସଂସ୍ଥାକୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି।
ଏହା ସାମ୍ନାକୁ ଆସିବା ପରେ ଅଲ୍ଲୁଙ୍କ ପ୍ରଶଂସକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁଲିସ ଉଦ୍ଦେଶ୍ୟମୂଳକ ଭାବେ ଏହି ମାମଲାରେ ଅଲ୍ଲୁଙ୍କୁ ଫସାଇବାକୁ ଉଦ୍ୟମ କରିଥିବା ପ୍ରଶଂସକ ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୪ ଡିସେମ୍ବର ମାସରେ ପୁଷ୍ପା-୨ ଚଳଚ୍ଚିତ୍ରର ପ୍ରିମିୟର ଶୋ’ ସମୟରେ ଦଳାଚକଟା ହୋଇଥିଲା। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ନାବାଳକ ପୁଅ ଗୁରୁତର ଆହତ ହୋଇଥିଲେ। ସେହି ସମୟରେ ଅଲ୍ଲୁଙ୍କୁ ପୁଲିସ ଗିରଫ କରିଥିଲା। ପରେ ସେ ଜାମିନରେ ମୁକୁଳିଥିଲେ।
Powered by Froala Editor