ଆଜି ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ
ଗୋପ: ଶାମ୍ବଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଜଣାପଡିଛି। ବିଗତ ବର୍ଷଗୁଡ଼ିକ ଭଳି ଚଳିତବର୍ଷ କୋଣାର୍କ ସୁରକ୍ଷା ସମିତି ଓ ବିଶ୍ବ ହିନ୍ଦୁ ପରିଷଦର ମିଳିତ ଆନୁକୁଲ୍ୟରେ ତ୍ରିଦିବସୀୟ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞ ପାଇଁ ଘଟ ସ୍ଥାପନ ଓ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସମିତିର ସଭାପତି ତଥା କୋଣାର୍କ ଏନଏସି କାଉନସିଲର ସୌମ୍ୟସୌରଭ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭଗବାନ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ଓ ହୋମଯଜ୍ଞ କାର୍ଯ୍ୟକ୍ରମ ହେବ।
ବିଶ୍ବକୁ ରୋଗମୁକ୍ତ ଓ ବିଶ୍ବର କଲ୍ୟାଣ ପାଇଁ ଏହି ମହାଯଜ୍ଞ ହେଉଛି। ପବିତ୍ର ଶାମ୍ବଦଶମୀରେ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞର ପୂର୍ଣ୍ଣାହୁତି ହେବ।
Powered by Froala Editor