ସିଏମଓ କାର୍ଯ୍ୟାଳୟରେ ନୂଆବର୍ଷ ପାଳନ ମନା
ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଜାନୁଆରି ୧ ତାରିଖ ଏକ କାର୍ଯ୍ୟ ଦିବସ ହୋଇଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(CMO) ଏବଂ ସମସ୍ତ ରାଜ୍ୟ ସରକାରୀ କାର୍ଯ୍ୟାଳୟ ସ୍ୱାଭାବିକ ଭାବରେ କାର୍ଯ୍ୟ କରିବ।
ତେବେ ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ନ ଆସିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। କାର୍ଯ୍ୟକ୍ରମ, ବୈଠକ ଏବଂ ପାର୍ଟିକୁ ନିଷେଧ କରାଯାଇଛି। ସମସ୍ତ କାର୍ଯ୍ୟାଳୟ ଏବଂ ପ୍ରତିଷ୍ଠାନର ମୁଖ୍ୟଙ୍କୁ ଏହାକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛ ବୋଲି ବିବୃତିରେ କୁହାଯାଇଛି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ କାର୍ଯ୍ୟାଳୟକୁ କୌଣସି ପ୍ରକାରେ ଇଂରାଜୀ ନୂଆବର୍ଷ ପାଳନର ସ୍ଥଳୀ ନ କରିବାକୁ ପରାମର୍ଶ ଦିଆଯାଇଛି। କେବଳ ବ୍ୟକ୍ତିଗତ ସୌଜନ୍ୟମୂଳକ ସମ୍ଭାଷଣ ବ୍ୟତୀତ କୌଣସି ପ୍ରକାର ଉତ୍ସବ, ଭେଟଘାଟ୍, ଭୋଜିଭାତ, ପାର୍ଟି ଇତ୍ୟାଦି ରାଜ୍ୟ ସରକାରୀ କାର୍ଯ୍ୟାଳୟ ପରିସର ମଧ୍ୟରେ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଉଛି।
Powered by Froala Editor