ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ପିୟୁସିସି ଅବଧି ବୃଦ୍ଧି
ମାସେ ପିୟୁସିସି ଅବଧି ବୃଦ୍ଧି କଲେ ସରକାର । ବିଶେଷକରି ଇନ୍ଧନ ପକାଇବା ସମୟରେ ଏହା ବାଧ୍ୟତାମୂଳକ ଥିଲା । ଯାହାକୁ ନେଇ ଚିନ୍ତାରେ ଥିଲେ ଗାଡ଼ି ଚାଳକ । ଏନେଇ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା । ପିୟୁସିସି ନିୟମ ଲାଗୁ ତାରିଖ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବା ନେଇ ମନ୍ତ୍ରୀ କହିଛନ୍ତି ।
ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ଏହା ପରେ ଅର୍ଥାତ୍ ୧ ଏପ୍ରିଲରୁ ପିୟୁସି ସାର୍ଟିଫିକେଟ୍ ନଥିଲେ ଆକ୍ସନ ନେବେ ସରକାର । ମାର୍ଚ୍ଚ ୩୧ ସୁଦ୍ଧା ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ କହିଲେ ପରିବହନ ମନ୍ତ୍ରୀ ।
ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ, ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନଥିବା ଗାଡ଼ି ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନ ହୋଇ ସୁବିଧାରେ ଯାଞ୍ଚ କରାଇବେ ବୋଲି ଆଶା କରାଯାଉଛି ।
ସେପଟେ ମନ୍ତ୍ରୀ କହିଛନ୍ତି, ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି । ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ୱାନ କରୁଛୁ । ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ସେମାନଙ୍କୁ ଅଗ୍ରାଧିକାର ଦେବୁ ।
Powered by Froala Editor