ଶେଷ ହୋଇଛି ଘୋଷଯାତ୍ରା, ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ

ଭୁବନେଶ୍ୱର : ୧୨ ଦିନର ଘୋଷଯାତ୍ରା ଶେଷ ହୋଇଛି । ଆଜି ଚତୁର୍ଦ୍ଧାବିଗ୍ରହ ନୀଳାଦ୍ରି ବିଜେ କରିବେ । ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ରନôମଣ୍ଡପକୁ ବିଜେ କରିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଗୁରୁବାର ବିଳମ୍ୱିତ ରାତିରେ ନୀତି ଶେଷ ପରେ ଆଜି ନୀତି ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ସ୍ଥିର କରିଛି ।
ନୀତି ନିର୍ଘଣ୍ଟ ଅନୁଯାୟୀ, ଆଜି ଭୋର ୪ଟାରେ ତିନି ରଥରେ ମଙ୍ଗଳ ଆଳତି ପରେ ସାଢେ଼ ୪ଟାରେ ମଇଲମ ଓ ତଡ଼ପଲାଗି, ସକାଳ ୫ଟାରେ ଅବକାଶ ନୀତି ପରେ ସକାଳ ସାଢେ଼ ୫ଟାରେ ବେଶ ଶେଷ ହେବ । ସାଢେ଼ ୬ଟାରେ ଗୋପାଳବଲ୍ଲଭ, ୭ଟାରୁ ୮ଟା ସକାଳଧୂପ, ସାଢେ଼ ୮ଟାରେ ମଇଲମ, ସାଢେ଼ ୯ଟାରେ ଯାତ୍ରାଙ୍ଗୀ ମହାସ୍ନାନ ଓ ସର୍ବାଙ୍ଗ, ପୂର୍ବାହ୍ନ ୧୦ଟାରେ ବେଶ ଶେଷ, ସାଢେ଼ ୧୦ଟାରୁ ସାଢେ଼ ୧୧ଟା ମଧ୍ୟାହ୍ନ ଧୂପ, ପୂର୍ବାହ୍ନ ୧୧ଟା ୪୫ରୁ ୧୨ଟା ଭିତରେ ମଇଲମ ଓ ବେଶ ଅନୁଷ୍ଠିତ ହେବ । ଅପରାହ୍ନ ସାଢେ଼ ଗୋଟାଏରୁ ସାଢେ଼ ୩ଟା ଭିତରେ ତିନି ରଥରେ ଚାରବନ୍ଧା ସରିବା ପରେ ସାଢେ଼ ୩ଟାରେ ସିଂହାସନ ମାଜଣା କରାଯିବ । ୩ଟା ୫୦ରେ ପୁଷ୍ପାଞ୍ଜଳି ପରେ ଅପରାହ୍ନ ୪ଟାରେ ପହଣ୍ଡି ଆରମ୍ଭ ହେବ । ରାତି ୧୦ଟା ସୁଦ୍ଧା ପହଣ୍ଡି ଶେଷ ପରେ ରୁନ୍ଧା କାର୍ଯ୍ୟ ସମାପନ ହେବ । ରାତି ସାଢେ଼ ୧୨ଟା ସୁଦ୍ଧା ରୁନ୍ଧା ସରିବା ପରେ ରାତି ଗୋଟାଏରେ ଦଇତାପତି ସର୍ବାଙ୍ଗ, ଗୋଟାଏ ୧୦ରେ ଶ୍ରୀମୁଖ ଖଣ୍ଡୁଆ, ରାତି ଗୋଟାଏ ୧୫ରୁ ୨ଟା ୧୫ ଚାରମାଳ ପିଟା ନୀତି ଅନୁଷ୍ଠିତ ହେବ । ରାତି ସାଢେ଼ ୨ଟାରେ ସୁଦର୍ଶନ ସିଂହାସନକୁ ବିଜେ କରିବେ । ଶ୍ରୀମୁଖ ଖଣ୍ଡୁଆ ମଇଲମ ପରେ ରାତି ୨ଟା ୪୫ରେ ଚକା ପୋଛା, ରାତି ୩ଟାରେ ସିଂହାସନ ଧୁଆ, ରାତି ୩ଟା ୧୦ ସୁଦ୍ଧା ମାଧବ, ଶ୍ରୀଦେବୀ, ଭୂଦେବୀ ସିଂହାସନକୁ ବିଜେ ପରେ ସାଢେ଼ ୩ଟାରେ ମହାସ୍ନାନ ଶେଷ ହେବ । ରାତି ୩ଟା ୩୫ରେ ରୋଷହୋମ, ମଇଲମ, ୩ଟା ୪୫ରେ ଚନ୍ଦନଲାଗି, ୪ଟାରେ ସୂର୍ଯ୍ୟ ପୂଜା, ୪ଟା ୧୫ରେ ଦ୍ୱାରପାଳ ପୂଜା, ବଡ଼ସିଂହାର ବେଶ, ୪ଟା ୪୫ରେ ବଡ଼ସିଂହାର ଭୋଗ ହୋଇ ଭୋର ୫ଟାରେ ରାତି ପହୁଡ଼ ହେବ ।
Powered by Froala Editor