ବିଦ୍ୟାଳୟରେ ନିଆଁ ଲାଗିଲା, ୪ ଛାତ୍ର ଗୁରୁତର
ବିଦ୍ୟାଳୟ ପରିସରରେ ପାଠ ପଢ଼ା ଚାଲିଥିଲା ବଳେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ ଜଣ ଛାତ୍ର ଗୁରୁତର ହୋଇଛନ୍ତି। ରାୟଗଡ଼ାଜିଲ୍ଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡ଼ାକୁଲୁଗୁଡ଼ାସ୍ଥ ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଅପରାହ୍ଣରେ ଏହି ଅଗ୍ନିକାଣ୍ଡ ଘଟିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ଜଣକର ଅବସ୍ଥା ସଙ୍କଟାପନ୍ନ ରହିଛି।
ଅପରାହ୍ନ ୩ଟା ସମୟରେ ବିଦ୍ୟାଳୟ କିଛି ଛାତ୍ର ପରିସ୍ରା କରିବାକୁ ଯାଇଥିଲେ। ସେ ସମୟରେ ବିଦ୍ୟାଳୟର ଜଣେ ଛାତ୍ର ୪ଜଣ ଛାତ୍ରଙ୍କ ଉପରେ ଥିନର ପକାଇ ଦିଆସିଲି ଲଗାଇ ଦେଇଥିଲା ବୋଲି କୁହାଯାଉଛି। ଫଳରେ ପିଲାମାନଙ୍କ ଶରୀର ଅଗ୍ନି ସଂଯୋଗ ହୋଇଥିଲା।
ଆହତ ଛାତ୍ରମାନଙ୍କୁ ପ୍ରଥମେ ବିଷମକଟକ ପ୍ରାଥମିକ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଉଚ୍ଚତର ଚିକିତ୍ସା ପାଇଁ ସ୍ଥାନୀୟ କ୍ରୀଷ୍ଟିଆନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ବିଦ୍ୟାଳୟ ପରିସରରେ ଭୟ ଓ ଉତ୍ତେଜନାର ପରିବେଶ ଦେଖାଦେଇଛି।
ଅଭିଭାବକମାନେ ବିଦ୍ୟାଳୟର ଅଗ୍ନି-ନିରାପତ୍ତା ବ୍ୟବସ୍ଥା ଓ ସୁରକ୍ଷା ଅବହେଳାକୁ ନେଇ ପ୍ରଶ୍ନ ଉଠାଇଛନ୍ତି।
Powered by Froala Editor