ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା: ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ
ବରଗଡ: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୀଡ଼ିତାଙ୍କ ପରିବାରକୁ ୧୫ ଲକ୍ଷ ସହାୟତା ଦେବାକୁ ଡିଏଲସିଏଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ ଗତବର୍ଷ ନଭେମ୍ବର ମାସ ୧୫ତାରିଖ ଅଭିଯୁକ୍ତ ପ୍ରଶାନ୍ତ ବାଗ ଓରଫ ବରିହା ନାବାଳିକାଙ୍କୁ ମାଛ ଧରିଯିବା ଆଳରେ ଘରୁ ଡାକି ନେଇଥିଲେ । ଏବଂ ଦୁଷ୍କର୍ମ ପରେ ହତ୍ୟା କରିଥିଲେ। ପୁଲିସ୍ ଅଭିଯୁକ୍ତକୁ ଗିରଫ କରିଥିଲା ।
Powered by Froala Editor