ମା’ ଭଗବତୀଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଣପୁର ଗସ୍ତ ଅବସରରେ ଆରାଧ୍ୟ ଦେବୀ ମା’ ଭଗବତୀଙ୍କ ଦର୍ଶନ କରିଛନ୍ତି। ଏହା ସହିତ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମ୍ପ୍ରତି ୨୬ କୋଟି ଟଙ୍କା ବିନିଯୋଗରେ ଓବିସିସି ପକ୍ଷରୁ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ଏଥିରେ ମନ୍ଦିର ପରିକ୍ରମା, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା କେନ୍ଦ୍ର, ଯଜ୍ଞ ମଣ୍ଡପ, ପାର୍କିଂ ବ୍ୟବସ୍ଥା ଏବଂ ମୁଖ୍ୟ ମନ୍ଦିର ଓ ପାର୍ଶ୍ୱ ଦେବଦେବୀ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ରହିଛି।
ମା’ଙ୍କ ମନ୍ଦିରର ଉନ୍ନତି ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର, ମୁଖ୍ୟ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।
Powered by Froala Editor