ହଇଚଇ ସୃଷ୍ଟି କରିଛି ବୋମା ଧମକ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ୩ଟି କୋର୍ଟକୁ ବୋମା ଧମକ ମିଳିବା ପରେ ହଇଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଗୃହବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏପରିକି ମୁଖ୍ୟମନ୍ତ୍ରୀ ଡିଜିପି ୱାଇ ବି ଖୁରାନିଆଙ୍କସହ ମଧ୍ୟ ଆଲୋଚନା କରିଛନ୍ତି । ବୋମା ଧମକ ଦେଇଥିବା ସମ୍ପୃକ୍ତ ଅଧିକାରୀଙ୍କୁ ତୁରନ୍ତ ଖୋଜି ବାହାର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଯେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ।
Powered by Froala Editor