କ୍ୟାବିନେଟ: ଆପାର୍ଟମେଣ୍ଟ ପଞ୍ଜୀକରଣରେ ବାଧା ହେବ ଦୂର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଶିଳ୍ପ ବିଭାଗ, ଗୃହ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ରାଜସ୍ବ ଆଦି ବିଭାଗ ପ୍ରତ୍ୟେକରୁ ଗୋଟିଏ ଲେଖାଏଁ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ୩ଟି ଏବଂ ଜଳସମ୍ପଦ ବିଭାଗର ୨ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ଦେଇଛି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏନେଇ ସୂଚନା ଦେଇଛନ୍ତି ।
ଦୂର ହେବ ଆପାର୍ଟମେଣ୍ଟ ପଞ୍ଜୀକରଣରେ ବାଧା । ଆପାର୍ଟମେଣ୍ଟ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳୀକରଣ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ଭାରତୀୟ ଷ୍ଟାମ୍ପ ଅଧିନିୟମ, ୧୮୯୯ରେ ଉପଲବ୍ଧ ଥିବା Schedule-1 Aର Article-23 ଅଧୀନରେ ଏକ ନୂଆ Clause-D ଅନ୍ତଃସ୍ଥାପନ କରାଗଲା । ଯାହାଦ୍ଵାରା ବର୍ତ୍ତମାନ ସାଧାରଣ କ୍ଷେତ୍ର ଓ ସୁବିଧା ଗୁଡିକର ପଞ୍ଜୀକରଣ ନିମନ୍ତେ Association of Allotteesଙ୍କୁ deed execution ପାଇଁ 50,000 ଟଙ୍କା ନାମ ମାତ୍ର ଷ୍ଟାମ୍ପ ଦେୟ ଦେବାକୁ ପଡିବ ।
Powered by Froala Editor