ବିମାନ ଦୁର୍ଘଟଣା: ବିମାନ ଦୁର୍ଘଟଣା ସ୍ଥଳରେ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ
ରାଉରକେଲା: ରାଉରକେଲାରେ ଶନିବାର ଘଟିଥିବା ବିମାନ ଦୁର୍ଘଟଣା ସ୍ଥଳରେ ଅନୁଧ୍ୟାନ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଆଜି ସକାଳୁ ସକାଳୁ ମନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚି କେମିତି ଓ କିପରି ବିମାନଟି ଦୁର୍ଘଟଣା ଘଟିଲା ତାହାର ଅନୁଧ୍ୟାନ କରିଛନ୍ତି । ମନ୍ତ୍ରୀ କହିଛନ୍ତି ଦୁର୍ଘଟଣାରେ ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ପାଇଁ ସରକାର ପ୍ରସ୍ତୁତ । କାହିଁକି ଏଭଳି ଦୁର୍ଘଟଣା ଘଟିଲା ସେଥିପାଇଁ ଆମେ ଚିନ୍ତିତ । ଭଗବାନ ଆମକୁ ରକ୍ଷା କରିଦେଲେ, ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇଥିଲା । ସମସ୍ତେ ଏକପ୍ରକାର ସୁରକ୍ଷିତ ଉଦ୍ଧାର ହେବା ଭଗବାନଙ୍କ ଆଶୀର୍ବାଦ । ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନହେବ ସେନେଇ ତଦନ୍ତ ଚାଲିଥିବା ମନ୍ତ୍ରୀ କହିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ମନ୍ତ୍ରୀ । ଆବଶ୍ୟକ ପଡିଲେ ଏୟାରଲିଫ୍ଟ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
Powered by Froala Editor