ହାତୀ ଆକ୍ରମଣରେ ଗଲା ମହିଳାଙ୍କ ଜୀବନ
ଅନୁଗୁଳ: ଥମୁନି ହାତୀ-ମଣିଷ ଲଢେଇ। ହାତୀ ଆକ୍ରମଣରେ କେତେବେଳେ ମଣିଷର ଜୀବନ ଯାଉଛି ତ ଆଉ କେତେବେଳେ ହାତୀର ମୃତ୍ୟୁ ଘଟୁଛି। ଆଜି ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଶଙ୍ଖପୁର ଗାଁରେ। ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଇଚ୍ଛା ଦେହୁରୀ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଆଜି ସକାଳେ ଇଚ୍ଛା ଶୌଚ ହେବା ପାଇଁ ଘରୁ ବାହାରକୁ ଯାଇଥିବାବେଳେ ଦନ୍ତା ହାତୀ ଆକ୍ରମଣର ଶିକାର ହୋଇଥିଲେ।
ତାଙ୍କୁ ତୁରନ୍ତ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି।
Powered by Froala Editor