ହ୍ୟୁମାନ ସାଗର ମୃତ୍ୟୁ ଘଟଣା: ଅର୍ପିତା ଏବଂ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
କଟକ: ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ଅର୍ପିତା ଏବଂ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ହାଇକୋର୍ଟ ପ୍ରାରମ୍ଭିକ ଶୁଣାଣି କରି ରାଜ୍ୟ ସରକାରଙ୍କୁ କେସ୍ ଡାଏରି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ହ୍ୟୁମାନଙ୍କ ମା’ ସେଫାଳି ସୁନାଙ୍କୁ ପକ୍ଷଭୁକ୍ତ କରିବାକୁ ଆବେଦନକାରୀଙ୍କୁ ହାଇକୋର୍ଟ ଅନୁମତି ଦେଇଛନ୍ତି।
ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ମର୍କତନଗର ଥାନାର ଏହି ମାମଲାରେ ଆବେଦନକାରୀଙ୍କୁ ହେପାଜତକୁ ନ ନେବାକୁ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି।
Powered by Froala Editor