ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ଜୋର୍ ଜବରଦସ୍ତି କନ୍ୟାର ବିବାହ କରିପାରିବେ ନାହିଁ ଅଭିଭାବକ
ଭୁବନେଶ୍ବର : ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍ର ଶୁଣାଣି କରି ହାଇକୋର୍ଟ ଏଭଳି ଉଲ୍ଲେଖ କରିଛନ୍ତି । ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ।
ବିବାହକୁ ନେଇ କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ୍ । ଯେତେବେଳେ ଜଣେ ଝିଅ ବିବାହ ପାଇଁ ପ୍ରସ୍ତୁତ ନଥାଏ, ମାନସିକ ଚାପ କିମ୍ବା ବଳ ପ୍ରୟୋଗ କରି ତାଙ୍କୁ ବାହାଦେବା ଏହା ସମାଜ ପାଇଁ ଅନୁକୂଳ ନୁହେଁ । ପ୍ରାପ୍ତ ବୟସ୍କ ଝିଅର ନିଷ୍ପତ୍ତିକୁ ସମ୍ମାନ ଦେବା ଉପରେ ମଧ୍ୟ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି ।
Powered by Froala Editor