୧୮ ଭିତରେ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ ।
ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ ।
Powered by Froala Editor